କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୧୪ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୬ଜଣ, ମହାକାଳପଡା ବ୍ଲକରେ ୨ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।


