କେନ୍ଦ୍ରାପଡା ଜିଲ୍ଲାରେ ଆଜି ୬କରୋନା ପଜିଟିଭ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୬ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ଜଣେ, ମହାକାଳପଡା ବ୍ଲକରେ ୨ଜଣ ଓ ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।