କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭କରୋନା ପଜିଟିଭ
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୭ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।