କେନ୍ଦ୍ରାପଡା ପୋଲିସ ପକ୍ଷରୁ ସ୍ୱେଛାକୃତ ରକ୍ତଦାନ ଶିବିରରେ ୩୫ୟୁନିଟ ରକ୍ତ ସଂଗ୍ରହ

କେନ୍ଦ୍ରାପଡା,(ଯୁଗାବ୍ଦ ନ୍ୟୁଜ୍‌):କେନ୍ଦ୍ରାପଡା ପୋଲିସ ପକ୍ଷରୁ ଗଣତନ୍ତ୍ର ଦିବସ ଅବସରରେ ପ୍ରଥମ ଥର ପାଇଁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ରବିବାର ପୂର୍ବାହ୍ନରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆରକ୍ଷୀ ଅଧିକ୍ଷକ ନୀତି ଶେଖର ଉଦଘାଟନ କରିଥିଲେ । କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାର ଅଧିକାରୀ ଡା. ମାନସ କୁମାର ଜେନା, ଡା.ବିରେନ୍ଦ୍ର କୁମାର ଦାସ ଓ କର୍ମଚାରୀଙ୍କ ସହଯୋଗରେ ଅନୁଷ୍ଠିତ ଏହି ସ୍ୱେଛାକୃତ ରକ୍ତଦାନ ଶିବିରରେ ୩୫ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବ୍ରହ୍ମାନନ୍ଦ ଗାଗାରିନ ମହାନ୍ତି, ଡିଏସପି ଶୁଭେନ୍ଦୁ ସିଂ, କେନ୍ଦ୍ରାପଡା ଏସଡିପିଓ ରାଜୀବ ଲୋଚନ ପଣ୍ଡା,ଟାଉନ ଥାନା ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ, ମାର୍ଶାଘାଇ ଥାନା ଅଧିକାରୀ କାଳନ୍ଦି ଚରଣ ବେହେରା, ପାଟକୁରା ଥାନା ଅଧିକାରୀ ସୁଜିତ କୁମାର ପ୍ରଧାନ, ଡେରାବିଶି ଥାନା ଅଧିକାରୀ ଉମାକାନ୍ତ ନାୟକ, ଟାଉନ ଥାନା ସବଇନିସପେକ୍ଟର ଅନ୍ତର୍ଯ୍ୟାମୀ ବିଶ୍ୱାଳ, ସହରର ୨ନମ୍ବର ଫାଣ୍ଡି ଅଧିକାରୀ ନରେନ୍ଦ୍ର ନାଥ ସୋରେନ, ସାମ୍ବାଦିକ ମାତୃଦତ୍ତ ମହାନ୍ତି, ମହମ୍ମଦ ସଲୀମ ଖାନ ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ କରିବା ସହିତ ଅନ୍ୟମାନଙ୍କୁ ରକ୍ତଦାନ ନିମନ୍ତେ ପ୍ରେରଣା ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ