କେନ୍ଦ୍ରାପଡା ବ୍ଲକରେ ବନ୍ଦେ ଉତ୍କଳ ଜନନୀ ଗାନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କରୋନା ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ଉଦେଶ୍ୟରେ ଆଜି ଅପରାହ୍ନ ସାଢେ ୫ଟା ସମୟରେ କେନ୍ଦ୍ରାପଡା ବ୍ଲକ ପରିସରରେ ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷା ସ୍ନେହଲତା ପ୍ରଧାନ, ବିଡିଓ ସୁଧିର କୁମାର ସିଂ, ସହକାରୀ ଯନ୍ତ୍ରୀ ଆକୁଳି ଚରଣ ସାହୁ, ଗ୍ରାମପଂଚାୟତ ସଂପ୍ରସାରଣ ଅଧିକାରୀ ଅନିରୁଦ୍ଧ ବେହେରା, ପ୍ରଗତି ସହାୟକ ଅରବିନ୍ଦ ମିଶ୍ରଙ୍କ ସମେତ ସମସ୍ତ କର୍ମଚାରୀମାନେ ସାମାଜିକ ଦ୍ୱରତା ରକ୍ଷାକରି ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ