କେନ୍ଦ୍ରାପଡା ବ୍ଲକ ପରିସରରେ ଆଲୋକୀକରଣ ବ୍ୟବସ୍ଥା ଉଦଘାଟିତ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ଆଲୋକୀକରଣ ବ୍ୟବସ୍ଥା ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଲୋକୀକରଣ ବ୍ୟବସ୍ଥାକୁ ଉଦଘାଟନ କରିଥିଲେ । ଏକ ଲକ୍ଷ ୩୦ହଜାର ଟଙ୍କା ବ୍ୟୟ ଅଟ୍ଟକଳରେ କେନ୍ଦ୍ରାପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ହାଇମାକ୍ସ ଲାଇଟ ଲଗାଯାଇ ପରିସରକୁ ଆଲୋକୀକରଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଶିବ ପ୍ରସାଦ ଭଳ, ମଣ୍ଡଳ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ଦାସ, ଉପାଧ୍ୟକ୍ଷା ସ୍ନେହଲତା ପ୍ରଧାନ, ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ଜେନା, ଗାୟତ୍ରୀ ମହାନ୍ତି, ଜୀନତପ୍ରିୟଦର୍ଶିନୀ ରାଉତ, ପିତବାସ ବେହେରା, ଧରଣୀଧର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।