କେନ୍ଦ୍ରାପଡା ସ୍ୱୟଂଶାସିତ ମହା ବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ସୋମବାର ପରିଚାଳନା କମିଟିର ସଭାପତି ତଥା ଅତିରିକ୍ତ ଜିଲାପାଳ ଦୁର୍ଗାପ୍ରସାଦ ମହାରଣାଙ୍କ ପୌରହିତ୍ୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ, ଉପାଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରାଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଏବଂ ଅଣଶିକ୍ଷକ କର୍ମଚାରୀମାନେ ଦୁର୍ନୀତି ନିବାରଣ ପାଇଁ ଶପଥପାଠ କରିଥିଲେ । ମେଜର ମନୋରଞ୍ଜନ ମହାନ୍ତି ସମସ୍ତଙ୍କୁ ଶପଥପାଠ କରାଇଥିଲେ । ଅଧ୍ୟାପକ ଜ୍ଞାନୀନ୍ଦ୍ର କୁମାର ଦାଶ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ ରଞ୍ଜିତ କୁମାର ଦାସ ଧନ୍ୟନାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅତିରିକ୍ତ ଜିଲାପାଳ ଶ୍ରୀ ମହାରଣାଙ୍କର ଏହା ମହାବିଦ୍ୟାଳୟକୁ ପ୍ରଥମ ଗସ୍ତ ହୋଇଥିବାରୁ ମହାବିଦ୍ୟାଳୟର ଅଧ୍ୟାପକ/ଅଧ୍ୟାପିକାଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।