କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ଜାତୀୟ ଆଲୋଚନାଚକ୍ର ଉଦଘାଟିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଏକ ଦୁଇ ଦିନିଆ ଜାତୀୟ ଆଲୋଚନାଚକ୍ର ଉଦଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ବିଷ୍ଣୁଚରଣ ଚୈାଧୁରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ “ଭାରତ ହେଉଛି ବିଶ୍ୱଶକ୍ତିର କେନ୍ଦ୍ର” ଉପରେ ଐତିହାସୀକ ବିବରଣୀ ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ଭାବରେ ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଚିନ୍ତାମଣୀ ମହାପାତ୍ର “ଭାରତ ବିଶ୍ୱଶକ୍ତିରେ ପରିଣତ ହେବାକୁ ଥିବା ସମସ୍ୟା ଏବଂ ଆହ୍ୱାନ” ଉପରେ ଆଲୋକପାତ କରିଥିଲେ । ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଶାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଆଇ.କ୍ୟୁ.ଏ.ସି. ସଂଯୋଜକ ଡଃ. ଦେବେନ୍ଦ୍ରନାଥ ଗୋଛାୟତ ସଂକ୍ଷିପ୍ତ ବକ୍ତବ୍ୟ ରଖିଥିଲେ । ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପିକା ଆର୍ଶିଆ ଅଞ୍ଜୁମ ଆଲୋଚନାଚକ୍ରର ସାରମର୍ମ ପ୍ରଦାନ କରିଥିଲେ । ଓଡିଶାର ବିଭିନ୍ନ ପ୍ରାନ୍ତରୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକାମାନେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ପରିଚାଳନା ପରିଷଦର ସଦସ୍ୟ ପ୍ରଫେସର ଅଜୟ ସାମଲ, ପ୍ରାକ୍ତନ ଅଧ୍ୟକ୍ଷ ଡଃ. ସେକ ସମସୁର, ପ୍ରଫେସର ନନ୍ଦ କିଶୋର ପରିଡା, ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀଙ୍କ ସମେତ ମହାବିଦ୍ୟାଳୟର ବିଭିନ୍ନ ବିଭାଗର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ । କ୍ୟାପଟେନ ସୀମା ମହାନ୍ତି ସଭା ସଂଚାଳନା କରିଥିବା ବେଳେ ବିଶ୍ୱ ବିଦ୍ୟାଳୟ ଅନୁଦାନ ଆୟୋଗର ସଂଯୋଜକ ପ୍ରଫେସର ଡଃ. ପ୍ରଭାକର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ