କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜାତୀୟ ସେବାସଂସ୍ଥା ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ପ୍ରମୋଦ କୁମାର ବେହେରାଙ୍କ ଦ୍ୱାରା ପରିଚାଳିତ ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଉଦଘାଟନ କରିଥିଲେ । ଜିଲ୍ଲା ଜାତୀୟ ସେବା ଯୋଜନା ଅଧିକାରୀ ପଦ୍ମଜା କବି ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ଜିଲ୍ଲାର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରଦିପ କୁମାର ରାଉତ, ପବିତ୍ର କୁମାର ସାହୁ, ଆଇସିୟା ଆଞ୍ଜୁମ, ଅଧ୍ୟାପିକା ସିଖା ସାହୁ, ସମୀରରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । କୃତି ପ୍ରତିଯୋଗୀମାନଙ୍କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ବେହେରା ପ୍ରମାଣପତ୍ର ପ୍ରଦାନ କରିଥିଲେ । ଶେଷରେ ଅଧ୍ୟାପକ ପ୍ରମୋଦ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ