କେନ୍ଦ୍ରୀୟ ବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ରବିବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଭାଗ୍ୟରଥି ସାହୁ ଯୋଗଦେଇ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସେଖ ଇଦ୍ରିସ ଅଲ୍ଲୀ ଦିବସର ମହତ୍ୱ ଉପରେ ସ୍ୱରଚିତ ସଂଗୀତ ଗାନ କରିଥିଲେ । ଉପସ୍ଥିତ ଅନ୍ୟ ଶିକ୍ଷକମାନେ ନିଜ ନିଜର ମତବ୍ୟକ୍ତ କରିଥିଲେ । ଶିକ୍ଷକ ଅନିଲ କୁମାର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିକ୍ଷକ ଅଜୟ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ