କେସିଙ୍ଗାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି କେସିଙ୍ଗା ସ୍ଥିତ ଜିଲ୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ,ଉପଖଣ୍ଡ ଆରକ୍ଷୀ ଅଧିକାରୀ କେସିଙ୍ଗା ଶ୍ରୀ ରୋହିତ ବର୍ମା, ବି ଡି ଓ ଶ୍ରୀ ପ୍ରଫୁଲ୍ଲ ଅଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।