କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ସହରକୁ ଶତ ପ୍ରତିଶତ ସୌରଚାଳିତ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଓଡିଶାର କୋଣାର୍କ ମନ୍ଦିର ଓ ସହରକୁ ସଂପୂର୍ଣ୍ଣ ସୌରଚାଳିତ କରିବା ପାଇଁ କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ନିଷ୍ପତି ନେଇଛି । ଏହି ଯୋଜନା ସମ୍ପର୍କରେ ସୂଚନା ଦେଇ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଜ କୁମାର ସିଂହ କହିଛନ୍ତି ଯେ, କୋଣାର୍କର ସୂର‌୍ୟ୍ୟ ମନ୍ଦିର ଓ ସହରକୁ ସୂର‌୍ୟ୍ୟନଗରୀ ଭାବେ ବିକଶିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ଦୃଷ୍ଟିରେ ରଖି ଏହି ଯୋଜନା ପରିକଳ୍ପନା କରାଯାଇଛି । ପ୍ରାଚୀନ ସୂର‌୍ୟ୍ୟ ମନ୍ଦିର ଓ ଆଧୁନିକ ପ୍ରଣାଳୀରେ ବ୍ୟବହୃତ ସୌରଶକ୍ତିର ଏହା ହେବ ଏକ ଅପୂର୍ବ ସମନ୍ଵୟ । ଏହି ଯୋଜନା ଅନୁସାରେ ୧୦ ମେଗାୱାଟ ସଂଯୁକ୍ତ ଏକ ସୌର ପ୍ରକଳ୍ପ ଏବଂ ବିଭିନ୍ନ ଅଫ-ଗ୍ରୀଡ ସୌର ବୃକ୍ଷ, ସୌର ପାନୀୟ ଜଳ କିଓସ୍କ ଇତ୍ୟାଦିର ପରିକଳ୍ପନା କରାଯାଇଛି । କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଏଥିପାଇଁ ୨୫ କୋଟି ଟଙ୍କା ଯୋଗାଇଦେଉଥିବା ବେଳେ ଓଡିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା (ଓରେଡା) ଏହି ପ୍ରକଳ୍ପକୁ କାର‌୍ୟ୍ୟକାରୀ କରିବ । ଏହା କାର‌୍ୟ୍ୟକାରୀ ହେଲେ କୋଣାର୍କ ସହରର ସମସ୍ତ ଶକ୍ତି ଚାହିଦା ସୌର ଶକ୍ତି ମାଧ୍ୟମରେ ପୂରଣ ହୋଇପାରିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ