କୋଦଳା ରେଞ୍ଜରଙ୍କ ବଙ୍ଗଳା ସାମ୍ନାରେ ଯୁବକଙ୍କୁ ହତ୍ୟା, ଅଭିଯୁକ୍ତର ଘର ଜାଳିେଦେଲେ ଉତ୍ତ୍ୟକ୍ତ ଗ୍ରାମବାସୀ
ଗଂଜାମ :ଆଜି ସକାଳେ କୋଦଳାର ଖଦଳା ସାହିର କାଳୁ ନାହାକ ଦୋକାନରୁ ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ସଂଘବଦ୍ଧ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହା ପରେ ଅଭିଯୁକ୍ତଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଗାଁ ଲୋକେ। କୋଦଳା ରେଞ୍ଜରଙ୍କ ବଙ୍ଗଳା ସାମ୍ନାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା, ଫଳରେ ଗାଁରେ ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି। ଘଟଣାସ୍ଥଳରେ ହିଁ କାଳୁଙ୍କ ପ୍ରାଣପାୟୁ ଉଡ଼ି ଯାଇଥିଲା। ଏହି ଆକ୍ରମଣରେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।ଏହି ଘଟଣା ପରେ ସ୍ଥାନୀୟ ଲୋକେ ରାଗି ଯାଇଥିଲେ। ସେମାନେ ଅଭିଯୁକ୍ତଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଗାଁରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଖବର ପାଇ କୋଦଳା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


