କୋଭିଡ୍ ନିୟମର ଅନୁପାଳନ ଦ୍ବାରା ଚଳିତ ବର୍ଷର ସ୍ବାଧୀନତା ଦିବସ ପାଳନ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର, (ଦେବଦତ୍ତ ମହାରଣା) : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୬ତମ ସ୍ବାଧୀନତା ଦିବସ ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ୍ ପଡିଆ ଠାରେ ମହାସମାରୋହର ସହିତ କୋଭିଡ୍ ନିୟମ ଅନୁପାଳନ କରି ପାଳନ କରାଯିବ । ଏହି ଜାତୀୟ ଉତ୍ସବଟିକୁ କିଭଳି ସରସ ସୁନ୍ଦର ଭାବେ ସମସ୍ତ ନିୟମର ଅନୁପାଳନ କରି ପାଳନ କରିବାକୁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରସ୍ତୁତି ବୈଠକର ଅଧ୍ୟକ୍ଷତା କରି ଜଣାଇଥିଲେ । ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ପୂର୍ବ ବର୍ଷ ମାନଙ୍କରେ ଯେଉଁ ଭଳି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଭାତ ଫେରି ରାମଧୂନ୍ ଗାନ ପୂର୍ବକ ଛତ୍ରପୁର ସହର ପରିକ୍ରମା କରିବେ । ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ସ୍ବାଧୀନତା ଦିବସ ଦିନ ସକାଳ ଘ. ୭.୩୦ମି. ସମୟରେ ଜାତୀୟ ପତାକା ଉତ୍ତୋଳନ କରିବେ । କୋଭିଡ୍ ନିୟମ ଅନୁପାଳନ କରି ପୂର୍ବହ୍ନ ଘ.୮.୦୦ମି. ସମୟରେ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଗୁଡିକରେ ଜାତୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରି ଦେଶ ସ୍ବାଧୀନତା ନିମନ୍ତେ ଉତ୍ସର୍ଗ କରିଥିବା ବୀର ପୁରୁଷ ମାନଙ୍କର ସ୍ମୃତି ଚାରଣ କରିବାକୁ କୁହାଯାଇଛି । ପୂର୍ବାହ୍ନ ଘ.୯.୧୫ମି. ସମୟରେ ଛତ୍ରପୁରସ୍ଥିତ ପୋଲିସ ପ୍ୟାରେଡ୍ ପଡିଆ ଠାରେ ମୁଖ୍ୟ ଅତିଥିଙ୍କ ଦ୍ବାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ଓ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିବେ । ଏହି ପ୍ୟାରେଡ୍ ସକାଶେ ଆୟୋଜିତ ହେବାକୁ ଥିବା ଜାତୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସମସ୍ତ ଆନୁସଙ୍ଗୀକ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଥିଲେ । ପ୍ୟାରେଡ୍ ଅଭ୍ୟାସ, ପ୍ଯାରେଡ୍ ପଡିଆ ପ୍ରସ୍ତୁତି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ ସମ୍ପର୍କରେ ସୁବିସ୍ତୃତ ଆଲୋଚନା ହୋଇଯାଇଛି । ତେବେ ସମସ୍ତ କାର୍ଯ୍ୟକ୍ରମ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ସମସ୍ତ ଅଂଶ ଗ୍ରହଣକାରୀ ଓ ଯୋଗ ଦେବାକୁ ଥିବା ଅତିଥିଗଣ ମାସ୍କ ପରିଧାନ ଏବଂ ସାନିଟାଇଜର କରି ଅଂଶ ଗ୍ରହଣ କରିବେ । ବୈଠକରେ ଡି.ଏସ୍.ପି., ଡି.ଆଇ.ବି. ଅଜୟ କୁମାର ମିଶ୍ର, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ମାନସ ରଞ୍ଜନ ମହାନ୍ତି, ରିଜର୍ଭ ଇନିସ୍ପେକ୍ଟର ଅଫ୍ ପୋଲିସ୍ ଅମୂଲ୍ୟ ନାୟକ, ଡି.ଆଇ.ବି. ଇନିସ୍ପେକ୍ଟର ରମେଶ ଚନ୍ଦ୍ର ଦାଶ, ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ୍. ଗଣେଶ ବାବୁ, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ପ୍ରଫୁଲ୍ଲ ଚନ୍ଦ୍ର ଗୌଡ, ଅତିରିକ୍ତ ବ୍ଲକ୍ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର, ଛତ୍ରପୁରର ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ