କୋଭିଡ ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ଓ ତତଜନିତ ପରିସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଥିଲେ । ସମ୍ପୂର୍ଣ୍ଣ ପରିସ୍ଥିତିର ସୀମକ୍ଷା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିମ୍ନୋକ୍ତ ନିର୍ଦ୍ଦେଶ ଦେଇଛନ୍ତି ।
୧- ରାଜ୍ୟରେ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯିବ ।
୨- ସୁରଟରୁ ଓଡ଼ିଶାକୁ ବସରେ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଯିବା ସହିତ ମହିଳା ଓ ଶିଶୁମାନେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସୁରଟରୁ କେବଳ ଟ୍ରେନ ଯୋଗେ ଫେରିବା ପାଇଁ ସରକାର ଅନୁମତି ଦେବେ ।
୩- ଗ୍ରୀନ ଜୋନରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ଓ ପରିବହନ ସ୍ୱାଭାବିକ କରାଯିବ ।
୪- ଶିଳ୍ପ ସଂସ୍ଥାଗୁଡ଼ିକର ସମସ୍ୟାର ସମାଧାନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ ।
୫- ଚାଷୀ ଓ ଏସଏଚଜିମାନଙ୍କ ୠଣ ସହାୟତା ବୃଦ୍ଧି କରାଯିବ ।
୬- ମିଶନ ଶକ୍ତି ମା’ ମାନେ ଏହି କଠିନ ପରିସ୍ଥିତିରେ ଏକ କୋଟିରୁ ଅଧିକ ମିଲ ଯୋଗାଇ ସାରିଲେଣି । ତେଣୁ ସେମାନଙ୍କୁ ପ୍ରତି ମିଲ ପିଛା ୨ଟଙ୍କା ଲେଖାଏଁ ପ୍ରୋତ୍ସାହନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଯୋଗାଇ ଦିଆଯିବ ।
୭- ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, ବଲାଙ୍ଗୀର, ଯାଜପୁର ଓ ବାଲେଶ୍ୱର ପରି ଜିଲ୍ଲା ଯେଉଁଠାରେ କି ଅଧିକ ଲୋକ ବାହାର ରାଜ୍ୟରେ କାମ କରୁଛନ୍ତି ତା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ ।
୮- ଆଗାମୀ ଖରିଫ ଋତୁ ପାଇଁ ବିହନ ଓ ଅନ୍ୟାନ୍ୟ କୃଷି ଉପକରଣ ଯେପରି ସୁବିଧାରେ ଚାଷୀମାନେ ପାଇପାରିବେ ସେ ଦିଗରେ ପଦକ୍ଷେପ ନିଆଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ