କୋରଇ ବ୍ଳ୍‌କରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଯାଜପୁର, (ଯୁଗାବ୍ଦ ନ୍ୟୁଜ) :-ସୋମବାର ପୂର୍ବାହ୍ନରେ କୋରାଇ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୨୨୯ ଗୋଟି ଅଭିଯୋଗ ମଧ୍ୟରୁ ୨୨୭ ଗୋଟି ବ୍ୟକ୍ତିଗତ, ୦୭ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ୍ ପାଣ୍ଠିରୁ ସହାୟତା ପାଇଁ ୦୬ ଗୋଟି, ସାମୁହିକ ୦୨ ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍‌କ୍ଷଣାତ୍ ୧୪୯ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ପ୍ରକାଶ ଥାଊକି, ଚଳିତ ମାସ ୨୭ ତାରିଖ ସୋମବାର ଧର୍ମଶାଳା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।  ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, କୋରାଇ ବି.ଡି.ଓ., ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , କୋରାଇ ତହସିଲଦାର, ଭାରପ୍ରାପ୍ତ ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ