କୋରାପୁଟ ସଦରରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର

କୋରାପୁଟ,(ହେମନ୍ତ ପାଣଗ୍ରାହୀ) : ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଓ ଏସପି ରୋହିତ ବର୍ମା ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ। ଅଜି ସମୁଦାୟ ୩୧ ଟି ଅଭିଯୋଗ ଶୁଣାଣୀ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବରୋଦା କାନ୍ତ ମିଶ୍ର,କୋରାପୁଟ ତହସିଲଦାର ତଥା କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ସୟଦ ସବିର ସାହା, ଗ୍ରାମୀଣ ପାନୀୟ ଜଳ ଯୋଗାଣ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଜଗବନ୍ଧୁ ଚୌଧୁରୀ, ଜନସ୍ବାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଚିରଞ୍ଜିବୀ ମାହାଲି,ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ସୁଜାତା ଦିଶାରୀ, ଟାଟା ପାୱାର ନିର୍ବାହୀ ଯନ୍ତ୍ରୀ ଭଗବାନ ପ୍ରଧାନ, ଜାତୀୟ ରାଜପଥ ନିର୍ବାହୀ ଯନ୍ତ୍ରୀ ସୋମର୍ଜିନୀ ସେଠୀ,ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାଜଶ୍ରୀ ଦାସ,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ପ୍ରମୁଖଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। କୋରାପୁଟ ବିଡ଼ିଓ ଦେବାଶିଷ ଗୌଡ଼ ଯୋଗଦେଇ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ