କ୍ବିଆର୍ସାମ୍ ମିସାଇଲର ସଫଳ ପରୀକ୍ଷଣ

ବାଲେଶ୍ବର- ସୋମବାର ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ କ୍ୟୁଆରସାମ୍(କ୍ବିକ୍ ରିଆକ୍ସନ୍ ସରଫେସ୍ ଟୁ ଏୟାର) କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି । ଆଜି ସକାଳ ୧୧ଟା ୪୯ମିନିଟ୍ରେ ଏହି ପରୀକ୍ଷଣ କରାଯାଇଛି । ଏହି କ୍ଷେପଣାସ୍ତ୍ରଟି ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଇଛି । ଏହାର ଲକ୍ଷ୍ୟଭେଦୀ କ୍ଷମତା ୩୦ କିଲୋମିଟର ରହିଥିବାବେଳେ ଯେ କୌଣସି ସ୍ଥାନରୁ ମୋବାଇଲ୍ ଲଞ୍ଚର ସାହାଯ୍ୟରେ ଶତ୍ରୁପକ୍ଷର ଟ୍ୟାଙ୍କ, ଯୁଦ୍ଧ ବିମାନ ଓ ଅନ୍ୟ ଲକ୍ଷକୁ ଧ୍ବଂସ କରିପାରିବ ବୋଲି କୁହାଯାଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ