କ୍ରିଏଟିଭ୍ କିଡ୍ସ ପ୍ଲେ ସ୍କୁଲ୍‌ରେ ଶିଶୁ ଦିବସ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ସ୍ଥାନୀୟ ଲୁମ୍ବିନୀ ବିହାରସ୍ଥିତ କ୍ରିଏଟିଭ କିଡ୍ସ ସ୍କୁଲ୍‌ରେ ଶିଶୁ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଅନୁଷ୍ଠାନର ପ୍ରତିଷ୍ଠାତ୍ରୀ ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀମତୀ ସୁସ୍ମିତା ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିବା ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀଙ୍କ ଜୀବନକୁ ଉଜ୍ଜ୍ୱଳମୟ କରି ଗଢି ତୋଳିବାରେ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ଭୂମକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ଏହି ଅବସରରେ ଅନୁଷ୍ଠାନର ବିଦ୍ୟାର୍ଥୀଙ୍କ ମଧ୍ୟରେ କୌତୁକ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତିତ୍ୱ ପ୍ରଦର୍ଶନ କରିଥିବା ଶିଶୁମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବକୁ ଶିକ୍ଷୟତ୍ରୀ ମନୋରମା ସାହୁ, ସାଗରିକା ମଲ୍ଲିକ ଓ ସସ୍ମିତା ଦାସ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ