କ୍ଷତ୍ରିୟବରପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳାରେ ୯୫.୫% ପାସ୍

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଆଜି ରାଜ୍ୟରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାସ୍ ହାର୍ ଉତ୍ସାହଜନକ ରହିଛି I ଚଳିତ ବର୍ଷ ଏଠାରେ କଳାରେ ଶତକଡ଼ା ୯୫.୫ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି I ଚଳିତ ବର୍ଷ ଏହି ଅନୁଷ୍ଠାନରୁ କଳା ବିଭାଗରୁ ମୋଟ ୨୯୧ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୮ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି I ସେମାନଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୩୭ ଜଣ, ଦ୍ୱିତୀୟ ଶ୍ରେଣୀରେ ୬୪ ଜଣ ଏବଂ ତୃତୀୟ ଶ୍ରେଣୀରେ ୭୭ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି I ଛାତ୍ରୀ ବର୍ଷାରାଣୀ ରଣା ସର୍ବାଧିକ ୫୨୬ ନମ୍ବର୍ ରଖି କଲେଜ୍ ଟପ୍ପର୍ ହୋଇଛନ୍ତି I ଅନୁଷ୍ଠାନ ଅଧ୍ୟକ୍ଷ ବି ଗୋବିନ୍ଦ ରାଓଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଭାଙ୍ଗି ନପଡି ଅଧିକ ପରିଶ୍ରମ କରି ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଛନ୍ତି I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ