ଖଗେଶ୍ୱର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବନ୍ତ(ଯୁଗାବ୍ଦନ୍ୟୁଜ) : ବନ୍ତ ବ୍ଲକ ଛୟାଳସିଂସ୍ଥିତ ଖଗେଶ୍ୱର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ରତ୍ନାକର ବାଇ, ମୁଖ୍ୟ ବକ୍ତା ଭାବେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଅଜୟ କୁମାର ପୃଷ୍ଟି, ସମ୍ମାନୀତ ଅତିଥି ଭାବେ ଅଲେଖ ଚନ୍ଦ୍ର ନାୟକ, ପ୍ରାକ୍ତନ ସାଧନକେନ୍ଦ୍ର ସଂଯୋଜକ ଅନାମ ଚରଣ ଜେନା, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଅମୂଲ୍ୟ କୁମାର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁଦାମ ଚରଣ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ବହୁ ମୂଲ୍ୟବାଦ ଉପଦେଶ ଦେଇଥିଲେ । ସାଧନ କେନ୍ଦ୍ର ସଂଯୋଜକ ଭରତ ଚନ୍ଦ୍ର ଓଝା ଅତିଥି ପରିଚୟ, ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ କ୍ରୀଡାରେ କୃତିତ୍ୱ ହାସଲ କରିଥିବା ୭୦ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ଅନିମା ଦାଶ, ଅନସୂୟା ବାରିକ, ସ୍ୱର୍ଣ୍ଣପ୍ରଭା ନାୟକ, ଶିକ୍ଷକ ଅନିରୁଦ୍ଧ ଜେନା, ଶ୍ରୀରାମ ରଘୁ, ଚିତ୍ର ମୋହନ ବେହେରା, ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷା କର୍ମଚାରୀ ମାନେ ସହଯୋଗ କରିଥିଲେ । ଶେଷରେ ବିଜୟ କୁମାର ପାକଳ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ