ଖଣ୍ଡୁରୁ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ପୋଲସରା- ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି।ଏହି ବାର୍ଷିକ ଉତ୍ସବ କାର୍ୟ୍ୟକ୍ରମକୁ ପୋଲସରା ଏବିଇଓ ସ୍ୱରୂପ କୁମାର ପାତ୍ର ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରଞ୍ଜିତ କୁମାର ବାରିକ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଏସଏମସି ଚେୟାରପର୍ସନ ଛବି ବେହେରା ଓ ସିଆରସିସି ଅକ୍ଷୟ କୁମାର ପଣ୍ଡା ଯୋଗ ଦେଇଥିଲେ। ସହକାରୀ ଶିକ୍ଷକ ଶିବ ପ୍ରସାଦ ଚୌଧୁରୀ ସ୍ୱାଗତ ଭାଷଣ ଓ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବଦରରେ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ୩୭ ଜଣ ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ସାସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।