ଖରିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ଖରିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାନୁଆରୀ ୧୯ ତାରିଖ ଦିନ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଥିବା ଜଣାପଡିଛି । ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ପିତାମ୍ବର ଗୌଡ଼ ଏବଂ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ ।