ଖାଦ୍ୟ ଯୋଗାଣ ମନ୍ତ୍ରୀ ବଡ ଘୋଷଣା, ଆଉ ବଢ଼ିବନି ରାଶନ କାର୍ଡ e-KYC ଅବଧି
ଭୁବନେଶ୍ଵର, (ସମୀର ରଞ୍ଜନ ନାୟକ):ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଲୋକ ଇ-କେୱାଇସି କରିନାହାନ୍ତି । ଇ-କେୱାଇସି ନକଲେ କାର୍ଡ ସରେଣ୍ଡର ବୋଲି ଧରିନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ପାତ୍ର ।ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଜଣ ହିତାଧିକାରୀ e-KYC କରିନାହାନ୍ତି। ୮ ଲକ୍ଷ ଆୟକରଦାତା ବି ହାତେଇଛନ୍ତି ରାଶନକାର୍ଡ। ସ୍ବାସ୍ଥ୍ୟ କାର୍ଡ ହାତେଇବାକୁ ରାଶନକାର୍ଡ ନେଇଥିଲେ। ୧୨ ହଜାର ଚାକିରିଆ, ବଡ଼ବଡ଼ିଆ ରାଶନକାର୍ଡ ଫେରାଇ ସାରିଲେଣି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।