ଖାଲି ପେଟରେ ଖାଆନ୍ତୁ ଏ ସବୁ ଖାଦ୍ୟ

ଖାଦ୍ୟ ସର୍ବଦା ସଠିକ ସମୟରେ ଖାଇବା ଉଚିତ୍ । ଠିକ୍ ସମୟରେ ଠିକ ଭାବେ ଉପଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହା ଆମ ଶରୀର ପାଇଁ ଲାଭଦାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଖାଲି ପେଟରେ କେଉଁ ଖାଦ୍ୟ ଖାଇଲେ, ଏହା ଆମ ଶରୀର ପାଇଁ ହିତକାରକ ।
ଗଜାମୁଗ ବା ଗଜାବୁଟ :
ଏଥିରେ ଅଧିକ ପରିମାଣରେ ପ୍ରୋଟିନ, କ୍ୟାଲସିୟମ ଆଦି ରହିଛି । ଏହାକୁ ସକାଳେ ଦାନ୍ତ ଘଷିବା ପରେ ଖାଲି ପେଟରେ ଖାଇବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ । ଏହା ହାଡ଼କୁ ସୁସ୍ଥ ରଖେ ଓ ହାଡ଼ଜନିତ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ ।
ମହୁ :
ଖାଲି ପେଟରେ ଏକ ଗ୍ଲାସରେ ପାଣିରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହା ଆମ ଶରୀରର ଖୁବ୍ ଉପକାର କରିଥାଏ । ଥଣ୍ଡା କାଶ ଜନିତ ସମସ୍ୟା ଦୂର ହୋଇଥାଏ । ଏକ ଗ୍ଲାସ ପାଣିରେ ସାମାନ୍ୟ ଲେମ୍ବୁ ସହ ମହୁ ମିଶାଇ ପିଇବା ଦ୍ୱାରା ମୋଟାପଣ ମଧ୍ୟ ଦୂର ହୋଇଥାଏ ।
ରୁଟି :
ଅଟାରେ ରୁଟି ପ୍ରସ୍ତୁତ ହୋଇଥିବାରୁ ଏହାକୁ ମଧ୍ୟ ଖାଲି ପେଟରେ ଖାଇପାରିବେ । ଏହା ଦ୍ୱାରା ଶରୀର ସୁସ୍ଥ ରହିବା ସହ ହଜମ କ୍ରିୟାକୁ ମଧ୍ୟ ସଠିକ୍ ରଖିଥାଏ । ମାତ୍ର ଖାଲି ପେଟରେ ମଇଦାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ ନାହିଁ ।
କାଜୁ, ପେସ୍ତା ବାଦାମ, ବାଦାମ :
ଏହାକୁ ରାତିରେ ପାଣିରେ ଭିଜାଇ ସକାଳେ ଖାଲି ପେଟରେ ଖାଇବା ଦ୍ୱାରା ମଧ୍ୟ ଶରୀରକୁ ବହୁ ଉପକାର ମିଳିଥାଏ । ଏହା ଦ୍ୱାରା ଆମର ସ୍ମରଣ ଶକ୍ତି ମଧ୍ୟ ବୃଦ୍ଧି ହୋଇଥାଏ ।
ତରଭୁଜ :
ଏଥିରେ ଅଧିକ ଜଳୀୟ ଅଂଶ ଥାଏ । ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ପେଟକୁ ଥଣ୍ଡା ରଖିଥାଏ ଓ ଶରୀରକୁ ସୁସ୍ଥ ରଖିବା ସହ ବିଭିନ୍ନ ରୋଗରୁ ରକ୍ଷା କରିଥାଏ ।
ବ୍ରାଉନ ବ୍ରେଡ଼ :
ଏହା ଅଟାରେ ପ୍ରସ୍ତୁତ ହୋଇଥିବାରୁ ଏହାକୁ ଖାଲି ପେଟରେ ଖାଇବା ଦ୍ୱାରା ଏହା ଶରୀରକୁ ବହୁ ଭିଟାମିନ୍ ଯୋଗାଇଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ