ଖେମୁଣ୍ଡି ଓକିଲ ସଂଘର ପରିବର୍ଦ୍ଧିତ ଆଲୋଚନା ସଭା ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ
ଦିଗପହଣ୍ଡି,(ଓ୍ବାଇଏନ୍ଏସ୍): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ବନ୍ଧୁ ମିଳନ କାର୍ଯ୍ୟକ୍ରମ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଂଘର ସମସ୍ତ କାର୍ଯ୍ୟକର୍ତ୍ତା ଏବଂ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ। ସେହିପରି ସୋମବାର ସଂଘର ପରିବର୍ଦ୍ଧିତ ଆଲୋଚନା ସଭା ସଙ୍ଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଘ ସମ୍ପାଦକ ଅଶେଷ ନାଥ ମିଶ୍ର ଙ୍କ ସଂଯୋଜନାରେ ଆୟୋଜିତ ସଭାରେ ସଂଘ ସଭାପତି ପରେଶ ଚନ୍ଦ୍ର ରଥ ଅଧ୍ୟକ୍ଷତା କରିଥିଲେ।ସଂଘର ବିବିଧ ସମସ୍ୟା ସମ୍ପର୍କରେ ସଭାରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଦିଗପହଣ୍ଡି ଠାରେ ସବ ଜଜ୍ କୋର୍ଟ ପ୍ରତିଷ୍ଠା ନିମନ୍ତେ ଓକିଲ ସଙ୍ଘ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ନିମନ୍ତେ ସଭାରେ ସର୍ବସମ୍ମତକ୍ରମେ ନିଷ୍ପତ୍ତି ନିଆଯାଇଥିଲା। ସଂଘର ଉପସଭାପତି ରଞ୍ଜନ କୁମାର ବେହେରା, ସହ ସମ୍ପାଦକ ଗିରିଜା ନନ୍ଦନ ମେକାପ, କୋଷାଧ୍ୟକ୍ଷ ମନୋରଞ୍ଜନ ପଣ୍ଡା ଙ୍କ ସମେତ ସଂଘର ବହୁ ସଂଖ୍ୟକ ସଦସ୍ୟ ଉପସ୍ଥିତ ଥିଲେ।


