ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଖୋଲିଛି । ତେବେ ମନ୍ଦିରକୁ ପ୍ରବେଶ କରିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଜାରି କରିଥିବା କୋଭିଡ୍ ମାର୍ଗଦର୍ଶିକା ପାଳନ କରିବାକୁ ପଡିବ । ମନ୍ଦିରକୁ ପ୍ରବେଶ ପୂର୍ବରୁ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ । ଗର୍ଭଗୃହରେ ଦର୍ଶନ ସମ୍ପୂର୍ଣ୍ଣ ବାରଣ ରହିଛି । ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ । ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ । ପ୍ରତ୍ୟେକ ଶ୍ରଦ୍ଧାଳୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସାମାଜିକ ଦୂରତା ମାନିବା ବାଧ୍ୟତାମୂଳକ କରାଯାଇଛି ।
ରୋଗାକ୍ରାନ୍ତ, ବୟସ୍କ, ଗର୍ଭବତୀ, ୧୮ ବର୍ଷରୁ କମ୍ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରା କଟକଣା ଲଗା ଯାଇଛି । ନିୟମ ପାଳନରେ ତ୍ରୁଟି ହେଲେ ମନ୍ଦିର ଖୋଲାଯିବା ନିଷ୍ପତି ପ୍ରତ୍ୟାହାର ହେବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ