ଖ୍ବାଜା ଉର୍ସ ମେଳା ପାଇଁ ପୁରୀ-ଆଜମେର ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ବର : ରାଜସ୍ଥାନର ଆଜମେରରେ ଅନୁଷ୍ଠିତ ହେବାକୁ ଥିବା ଖ୍ବାଜା ଉର୍ସ ମେଳା ପାଇଁ ଏକ ସ୍ବତନ୍ତ୍ର ଟ୍ରେନ୍ର ଘୋଷଣା କରାଯାଇଛି । ମଙ୍ଗଳବାର ପୂର୍ବତଟ ରେଳବାଇ ପକ୍ଷରୁ ଏହି ଘୋଷଣା କରାଯାଇଛି । ଖ୍ବାଜା ଉର୍ସ ମେଳା-୨୦୨୦ପାଇଁ ଏହି ସ୍ବତନ୍ତ୍ର ଟ୍ରେନର ଘୋଷଣା କରାଯାଇଛି । ଯାତ୍ରୀ ମାନଙ୍କ ସୁବିଧା ପାଇଁ ଏହି ଟ୍ରେନ୍ର ଘୋଷଣା କରାଯାଇଛି । ଫେବୃୟାରୀ ୨୬ ତାରିଖ ସକାଳ ୯ଟାରୁ ଏହି ଟ୍ରେନ୍ଟି ଛାଡିବା ସହିତ ଫେବୃୟାରୀ ୨୮ ଅପରାହ୍ନ ୪ଟାରେ ଆଜମେରରେ ପହଞ୍ଚିବ । ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ଟା ୫ରେ ଟ୍ରେନ୍ଟି ଛାଡି ମାର୍ଚ୍ଚ ୪ ଅପରାହ୍ନ ୪ଟା ୧୪ରେ ପୁରୀରେ ପହଞ୍ଚିବ । ଉଲ୍ଲେଖଯୋଗ୍ୟ ଯେ, ଖ୍ବାଜା ମଇଉଦ୍ଦିନ୍ ଚିସ୍ତିଙ୍କ ମୃତ୍ୟୁ ବାର୍ଷିକୀ ଅବସରରେ ଉର୍ସ ମେଳା ଆୟୋଜିତ ହୋଇଥାଏ ।


