ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟରେ ଶ୍ରମ ମନ୍ତ୍ରୀ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ସ୍କାଉଟ ଓ ଗାଇଡ୍ସ ରୋଭର କ୍ରୀୟୁ ୟୁନିଟ ଉଦଘାଟନ କାର୍ଯ୍ୟକ୍ରମ ସହ ଯୁକ୍ତ ଦୁଇ ଓ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ଭାରତ ସ୍କାଉଟ୍ସ ଓ ଗାଇଡ୍ସ ର ରୋଭର କ୍ରିଉ ୟୁନିଟ ଉଦଘାଟନ କରିଥିଲେ। ଏହା ପରେ ଯୁକ୍ତ ତିନି ମହାବିଦ୍ୟାଳୟର ଅଧ୍ୟକ୍ଷା ଯାଜ୍ଞସେନୀ ସାହୁ ଓ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ସ୍ୱାଗତ ସଭା ଅନୁଷ୍ଠିତ ହୋଇଥିଲା। ସ୍ୱାଗତ ସଭାରେ ମାନ୍ୟବର ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ସହ ଉତ୍ତମ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଜଣେ ଭଲ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ l ସମ୍ମାନିତ ଅତିଥିଭାବେ ବ୍ରହ୍ମପୁର ବିଶ୍ଵବିଦ୍ୟାଳର ସାମ୍ବାଦିକ ଓ ଗଣ ଯୋଗାଯୋଗ ବିଭାଗର ମୁଖ୍ୟ ଅଧ୍ୟାପକ ଏବଂ କ୍ରୀଡା ପରିଷଦର ସମ୍ପାଦକ ଗଣେଶ ସେଠ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମୁରଲୀଧର ନନ୍ଦ, ଆଇନଜୀବୀ ଶରତ ଚନ୍ଦ୍ର ପଟ୍ଟନାୟକ, କଲେଜ ଉପଦେଷ୍ଟା ସୀମାଞ୍ଚଳ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଅଧ୍ୟlପକ ଡ଼ଃ ପିତାମ୍ବର ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅଧ୍ୟାପକ ରାଜେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ