ଗଜପତିଙ୍କ ସହ କଥା ହେଲେ ଶାହା

ଭୁବନେଶ୍ୱର: ରଥଯାତ୍ରା ନେଇ କଥା ହେଲେ ଗୃହମନ୍ତ୍ରୀ ଅମିତ ଶାହା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ଅମିତ ଶାହା କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଅମିତ ଶାହା କଥା ହୋଇଥିବା ସୂଚନା ମିଳିଛି । ଶାହା ଗଜପତି ମହାରାଜାଙ୍କ ସହ କଥା ହେବା ନେଇ ବିଜେପି ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ୱାର ବୈଠକ ଚାଲିଥିବା ଜଣାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହେଉଛି । ପରିଚାଳନା କମିଟିର କିଛି ସଦସ୍ୟ ମଧ୍ୟ ବୈଠକରେ ସାମିଲ ଥିବା ଜଣାଯାଇଛି । ରଥଯାତ୍ରା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ମତି ପ୍ରଦାନ କରିଛନ୍ତି । ବିନା ଭକ୍ତରେ ରଥଯାତ୍ରା ନିମନ୍ତେ ରାଜ୍ୟ ସରକାର ଗଜପତିଙ୍କ ପରାମର୍ଶ ଆଧାରରେ ସତ୍ୟପାଠ ଦାଖଲ କରିଛନ୍ତି । ଅପରପକ୍ଷରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି । ରଥଯାତ୍ରାର ସିଧା ପ୍ରସାରଣ କରାଯାଉ ବୋଲି ସଲିସିଟର ଜେନେରାଲ କହିଛନ୍ତି । ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରାକୁ ବନ୍ଦ କରାନଯାଉ । କେବଳ ନେଗେଟିଭ ଟେଷ୍ଟ ହୋଇଥିବା ସେବାୟତମାନଙ୍କୁ ଏଥିରେ ସାମିଲ କରାଯାଉ ବୋଲି ସଲିସିଟର ଜେନେରାଲ କେନ୍ଦ୍ର ସରକାରଙ୍କ ପକ୍ଷରୁ କହିଛନ୍ତି । ପୂର୍ବ ଶୁଣାଣୀ ବେଳେ ରାଜ୍ୟ ସରକାର ରଥଯାତ୍ରା କରିବାକୁ ଆଗ୍ରହ ପ୍ରକାଶ କରିନଥିଲେ । ଫଳରେ ସୁପ୍ରିମକୋର୍ଟ ରଥଯାତ୍ରା ବନ୍ଦ ନେଇ ରାୟ ଶୁଣାଇଥିଲେ । କିନ୍ତୁ ଏବେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ବଦଳି ଯାଇଥିବାରୁ ରଥଯାତ୍ରା ହେବାର ସମ୍ଭାବନା ବୃଦ୍ଧି ପାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ