ଗଜପତିରେ୧୧୪୪ରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତିରେ ଥମୁନାହିଁ କରୋନା ଜନିତ ଚିନ୍ତା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ବର୍ତ୍ତମାନ ଗଜପତି ଜିଲ୍ଲା କରୋନା ସ୍ଥିତି ଅସମ୍ଭାଳ ହେବାକୁ ଯାଉଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ପୁଣି ୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୮୮ ଜଣକୁ ମିଶାଇ ସଂଖ୍ୟା ୧୧୪୪ରେ ପହଞ୍ଚିଛି । ଆଜିର ଏହି ୮୮ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳର ୩୮ଜଣ, ଗୁମ୍ମା ବ୍ଲକର ୨ଜଣ, ଗୋଷାଣୀ ବ୍ଲକର ୧୧ଜଣ, ରାୟଗଡା ବ୍ଲକର ୧୦ଜଣ, ନୁଆଗଡ ୩ଜଣ, ମୋହନା ୧୯ଜଣ ଓ ଆର.ଉଦୟଗିରି ବ୍ଲକର ୫ଜଣ ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରେ ୯ଜଣ କରୋନା ଯୋଦ୍ଧା, ସ୍ୱାସ୍ଥ୍ୟକର୍ମୀଙ୍କ ଯାଞ୍ଚ ବେଳେ ୬୩ଜଣ, ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷରେ ୧୬ଜଣ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ୍ ବାର୍ତ୍ତା ମାଧ୍ୟମରେ ଜିଲ୍ଲାପାଳ ଅନୁପମ ସାହା ସୁଚନା ଦେଇଛନ୍ତି । ଏହି ୮୮ଜଣଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏ ନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ସମଗ୍ର ଜିଲ୍ଲାବାସୀ ସଚେତନ ହୋଇ ସାମାଜିକ ଦୁରତା ସହ କୋଭିଡ୍ ନିୟମ ମାନନ୍ତୁ । ପ୍ରତ୍ୟେକ ବ୍ୟକ୍ତି ନିଜ ନିଜ ଘରେ ସୁରକ୍ଷିତ ରୁହନ୍ତୁ ଏବଂ କରୋନା ଜନିତ ଯେ କୌଣସି ଖବର ଥିଲେ ପ୍ରଶାସନକୁ ସୁଚନା ଦିଅନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ।


