ଗଜପତିରେ ଆଜି ପୁଣି ୧୪ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତିରେ କରୋନା ସଂକ୍ରମଣରେ ଆଜି ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୪ଜଣକୁ ମିଶାଇ ସଂଖ୍ୟା ୨୯୯୧ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୧୪ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୬ଜଣ, ମୋହନା ବ୍ଲକରୁ ଜଣେ, ଆର.ଉଦୟଗିରି ବ୍ଲକରୁ ୩ଜଣ, ରାୟଗଡା ବ୍‌କରୁ ଜଣେ, ଜିଲ୍ଲାବାହାରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ