ଗଜପତିରେ ଆଜି ମାତ୍ର ୬ଜଣ ପଜିଟିଭ୍ ଚିହ୍ନଟ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ ଦିନକୁ ଦିନ ନିୟନ୍ତ୍ରିତ ହେବାରେ ଲାଗିଛି । ଆଜି ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୬ଜଣକୁ ମିଶାଇ ସଂଖ୍ୟା ୩୭୫୩ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୬ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ଜଣେ,ଗୁମ୍ମା ବ୍ଲକରୁ ୨ଜଣ,ଆର.ଉଦୟଗିରି ବ୍ଲକରୁ ୩ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ଜିଲ୍ଲାପାଳ ଅନୁପମ ସାହା ଏହି ସୁଚନା ଦେଇଛନ୍ତି ।


