ଗଜପତିରେ କରୋନା ସଂକ୍ରମଣ;ଆଜି ୭ଜଣ ପଜିଟିଭ୍ ଚିହ୍ନଟ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ , ଆଜି ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୭ଜଣକୁ ମିଶାଇ ସଂଖ୍ୟା ୨୮୪୫ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୯ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ଜଣେ, କାଶୀନଗର ବ୍ଲକରୁ ଜଣେ,ଗୋଷାଣୀ ବ୍ଲକରୁ ୩ଜଣ,ନୁଆଗଡ ବ୍ଲକରୁ ଜଣେ,ଜିଲ୍ଲା ବାହାରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୬ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।