ଗଜପତିରେ କରୋନା ସଂକ୍ରମଣ;ଆଜି ୨୦ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ , ଆଜି ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୦ଜଣକୁ ମିଶାଇ ସଂଖ୍ୟା ୨୯୭୭ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୨୦ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୩ଜଣ, କାଶୀନଗର ବ୍ଲକରୁ ୨ଜଣ,ଗୋଷାଣୀ ବ୍ଲକରୁ ୪ଜଣ,ମୋହନା ବ୍ଲକରୁ ୬ଜଣ,ଆର.ଉଦୟଗିରି ବ୍ଲକରୁ ଜଣେ,ରାୟଗଡା ବ୍‌କରୁ ୩ଜଣ,ଜିଲ୍ଲାବାହାରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ ପୁର୍ବସଂକ୍ରମିତଙ୍କ ସଂସ୍ପର୍ଷରେ ୩ଜଣ,ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୧୭ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ