ଗଜପତିରେ କରୋନା ସଂକ୍ରମଣ ;ଆଜି ୧୯ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ  ଆଜି ୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୯ଜଣକୁ ମିଶାଇ ସଂଖ୍ୟା ୩୪୨୬ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୧୯ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୪ଜଣ,ଗୋଷାଣୀ ବ୍ଲକରୁ ୫ଜଣ,କାଶୀନଗର ବ୍ଲକରୁ ଜଣେ,ନୁଆଗଡ ବ୍ଲକରୁ ୩ଜଣ,ଗୁମ୍ମା ବ୍ଲକରୁ ଜଣେ,ଜିଲ୍ଲା ବାହାରୁ ୫ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଏ ସମସ୍ତ ୧୯ଜଣଙ୍କ ମଧ୍ୟରୁ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୧୪ଜଣ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲା ବାହାରୁ ୫ଜଣ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ