ଗଜପତିରେ କରୋନା ସଂକ୍ରମଣ ,ଆଜି ୨୯ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ । ଆଜି ୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୯ଜଣକୁ ମିଶାଇ ସଂଖ୍ୟା ୨୮୭୪ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୨୯ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୯ଜଣ, କାଶୀନଗର ବ୍ଲକରୁ ୪ଜଣ,ଗୋଷାଣୀ ବ୍ଲକରୁ ୫ଜଣ,ଗୁମ୍ମା ବ୍ଲକରୁ ୪ଜଣ,ମୋହନା ବ୍ଲକରୁ ୩ଜଣ,ରାୟଗଡ ବ୍ଲକରୁ ୩ଜଣ,ଜିଲ୍ଲା ବାହାରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ କରୋନା ଯୋଦ୍ଧା ୩ଜଣ,ପୁର୍ବସଂକ୍ରମିତଙ୍କ ସଂସ୍ପର୍ଷରେ ୫ଜଣ,ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୨୦ଜଣ,ବାହାର ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ