ଗଜପତିରେ କରୋନା ସଂକ୍ରମଣ ଆଜି ୫୮ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ  ଆଜି ୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫୮ଜଣକୁ ମିଶାଇ ସଂଖ୍ୟା ୩୨୨୯ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୫୮ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୨୪ଜଣ, କାଶୀନଗର ବ୍ଲକରୁ ୮ଜଣ,ମୋହନା ବ୍ଲକରୁ ୪ଜଣ,ନୁଆଗଡ ବ୍ଲକରୁ ୮ଜଣ,ଗୋଷାଣୀ ବ୍ଲକରୁ ୮ଜଣ,ଆର.ଉଦୟଗିରି ବ୍ଲକରୁ ୩ଜଣ,ରାୟଗଡ ବ୍ଲକରୁ ୩ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୫୨ଜଣ,ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷରେ ୬ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ