ଗଜପତିରେ କରୋନା ସଂକ୍ରମଣ ;ଆଜି ୨୫ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ । ଆଜି ୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୫ଜଣକୁ ମିଶାଇ ସଂଖ୍ୟା ୩୨୭୭ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୨୫ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୯ଜଣ,ମୋହନା ବ୍ଲକରୁ ୧୦ଜଣ,ନୁଆଗଡ ବ୍ଲକରୁ   ୩ଜଣ,              ଗୋଷାଣୀ    ବ୍ଲକରୁ ୨ଜଣ,ଆର.ଉଦୟଗିରି ବ୍ଲକରୁ ଜଣେ,ଚିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୨୨ଜଣ,ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷରେ ୩ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ