ଗଜପତିରେ କରୋନା ସଂକ୍ରମଣ ,ଆଜି ୨୭ଜଣ ପଜିଟିଭ୍ ଚିହ୍ନଟ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ, ଆଜି ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୭ଜଣକୁ ମିଶାଇ ସଂଖ୍ୟା ୩୩୬୩ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୨୭ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୧୦ଜଣ,ଗୋଷାଣୀ ବ୍ଲକରୁ ୯ଜଣ,ଆର.ଉଦୟଗିରି ବ୍ଲକରୁ ୪ଜଣ,କାଶୀନଗର ବ୍ଲକରୁ ୨ଜଣ,ନୁଆଗଡ ବ୍ଲକରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏ ସମସ୍ତ ୨୭ଜଣଙ୍କ ମଧ୍ୟରୁ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୧୮ଜଣ,ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷରେ ୭ଜଣ,ଜିଲ୍ଲା ବାହାରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।