ଗଜପତିରେ କୁକୁଡା ପାଳନ ତାଲିମ ଉଦ୍‌ଯାପିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ୟୁନିୟନ ବ୍ୟାଙ୍କର ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ୱାରା ତାରବାଉଲ ଗ୍ରାମରେ କୁକୁଡା ପାଳନ ନିମନ୍ତେ ଚାଲିଥିବା ଏକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏହି ୧୦ଦିନିଆ କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକର ସେରଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତାରବାଉଲ ଗ୍ରାମ ସମସେତ ଏହାର ଆଖପାଖ ଗ୍ରାମରୁ ମୋଟ ୩୧ ଜଣ ମହିଳା ଓ ପୁରୁଷ ତାଲିମ ନେଇଥିଲେ । ସମସେତ ପ୍ରତିଭାଗୀମାନଙ୍କ ପାଇଁ ଅନୁଷ୍ଠାନ ତରଫରୁ ଖାଇବା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ଯୋଗାଇ ଦିଆଯାଇଥିଲା । ଉଦ୍‌ଯାପନ ସଭାରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ୱ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ କିଶୋର ଚନ୍ଦ୍ର ନାଇକ ଯୋଗଦେଇଥିବା ବେଳେ ପଶୁଧନ ବିଭାଗର ଅବସର ପ୍ରାପ୍ତ ବରିଷ୍ଠ ଅଧିକାରୀ ସୂର୍ଯ୍ୟକାନ୍ତ ପଟ୍ଟନାୟକ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିବା ସଙ୍ଗେ ସଙ୍ଗେ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ଭବିଷ୍ୟତରେ ଆତ୍ମନିଯୁକ୍ତ ହୋଇ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ । ଅନୁଷ୍ଠାନର ପ୍ରଧ୍ୟାପକ ଦିଲ୍ଲୀପ କୁମାର ତନ୍ତି କାର୍ଯ୍ୟକ୍ରମ ପରିଚାଳନା କରିବା ସହତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ