ଗଜପତିରେ କୃଷି ଉଦ୍ୟମୀ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ କୃଷି ଉଦ୍ୟମୀ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିର ୧୩ ଦିନ ଧରି ଚାଲୁ ରହିଥିବାବେଳେ ରାୟଗଡ ବ୍ଲକର ମୋଟ ୨୦ଜଣ ଚାଷୀ ମାନେ ତାଲିମ ନେଇଥିଲେ । ସମସ୍ତ ପ୍ରତିଭାଗୀ ମାନଙ୍କ ପାଇଁ ଅନୁଷ୍ଠାନରେ ମାଗଣା ରହିବା, ଖାଇବା ସହ ଯାତ୍ରା ଭତ୍ତା ପ୍ରଦାନ କରାଯାଇଥିଲା । ଏହି ଉଦ୍‌ଯାପନ ସଭାରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖାର ମୁଖ୍ୟ ପ୍ରବନ୍ଧକ ଅଶୋକ କୁମାର ପାଲ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କର ପ୍ରବନ୍ଧକ କିଶୋର ଚନ୍ଦ୍ର ନାଇକ, କରଡାସିଂ ସ୍ଥିତ ଗ୍ରାମ ବିକାଶ ସଂସ୍ଥାର ପ୍ରକଳ୍ପ ସଂଯୋଜକ ତ୍ରିଲୋଚନ ଜେନା ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିବା ସହ ନିଜ ନିଜ ବକ୍ତ୍ୟବରେ ବିଭିନ୍ନ ଉଦାହରଣ ଦେଇ ଭବିଷ୍ୟତରେ ଆତ୍ମନିଯୁକ୍ତ ହୋବା ପାଇଁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଅନୁଷ୍ଠାନର ପ୍ରଧ୍ୟାପକ ଦିଲ୍ଲୀପ କୁମାର ତନ୍ତି ପରିଚାଳନା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ