ଗଜପତିରେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଦେହ ଉଦ୍ଧାର

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାମସାଗର ରୋଡ ସ୍ଥିତ ୟୁନିୟନ ବ୍ୟାଙ୍କ ନିକଟରେ ଥିବା ଶାନ୍ତିନଗରର ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଗୁରୁବାର ନାବାଳିକା ଜଣକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି | ମୃତ ଶ୍ରଦ୍ଧାଞ୍ଜଳି ପାତ୍ର (୧୫) ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ | ସେ ତାଙ୍କ ସାବତ ବାପା ଏବଂ ନିଜ ମାଙ୍କ ଘରେ ରହୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥ‌ିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଶୁକ୍ରବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏନେଇ ତଦନ୍ତ ଜାରି ରହିଥ‌ିବା ପୁଲିସ ପକ୍ଷରୁ କୁହାଯାଇଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଥାନା ଅଧିକାରୀ ପ୍ରଶାନ୍ତ ଭୂପତି କହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ