ଗଜପତିରେ ପୁଣି ୧୪ କୋଟିର ଗଞ୍ଜେଇ ଗଛକୁ ପୋଡାଗଲା

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା) :ଗତ ୧୬ତାରିଖ ଦିନ ଗଜପତି ଜିଲ୍ଲାର ଅଡବା ଥାନା ଅଞ୍ଚଳରେ ୬୧ ଏକର ଜମିରେ ବେଆଇନ ଭାବେ ଲଗାଯାଇଥିବା ୧ଲକ୍ଷ ୨୩ହଜାରଟି ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୧୨କୋଟି ୨୩ଲକ୍ଷ ଟଙ୍କା ଅଟେ । ପୁଣି ଗତକାଲି ଏହି ଜିଲ୍ଲାର ମୋହନା ଥାନା ଅଞ୍ଚଳରେ ୭୨ ଏକର ପାହାଡିଆ ଜମିରୁ ବେଆଇନ ଭାବେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି । ଯାହାର ମୁଲ୍ୟ ୧୪କୋଟିରୁ ଅଧିକ ହେବ ବୋଲି ସୁଚନା ମିଳିଛି । ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୧୪କୋଟି ଟଙ୍କାର ଗଞ୍ଜେଇ ଗଛକୁ ପୋଡା ଯାଇଛି । ଏକ ସୁଚନାକୁ ଭିତ୍ତି କରି ମୋହନା ଥାନାଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ,ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉକରି ମୋହନା ବ୍ଲକର କୁମାଙ୍ଗପଦର ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୭୨ ଏକର ଜମିରେ ବେଆଇନ ଭାବେ ଲଗାଯାଇଥିବା ୧ଲକ୍ଷ ୪୪ହଜାରଟି ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୧୪କୋଟିରୁ ଉର୍ଦ୍ଧ ଟଙ୍କା ହେବ ବୋଲି ଜଣାପଡିଛି । ଏହି ଚଢାଉରେ ମୋହନା ତହସିଲଦାର କଲ୍ୟଣୀ ସଂଘମିତ୍ରା ଦେବୀ ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ । ଏ ନେଇ ମୋହନା ଥାନା କେସ ନଂ ୨୧୮/୨୦୨୦ ଏନଡିପିଏସ ଆକ୍ଟର ଧାରା ୨୦(କ)(ା)ରେ ମାମଲା ରୁଜୁ ହୋଇଥିବା ସୁଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ