ଗଜପତିରେ ପୁଣି ୧୫.୮୧ କୋଟିର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଗଲା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରେ ପୁଣି ଗତକାଲି ବେଆଇନ ଭାବେ ଚାଷ କରାଯାଇଥିବା ୧୫.୮୧ କୋଟିି ଟଙ୍କାର ଚୋରା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି । ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୧୫.୮୧,୫୮ହଜାର ଟଙ୍କାର ଗଞ୍ଜେଇ ଗଛକୁ ପୋଡା ଯାଇଛି । ଏକ ସୂଚନାକୁ ଭିତ୍ତି କରି ଆର୍.ଉଦୟଗିରି ଥାନାଧିକାରୀ ମମତା ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ,ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉ କରି ଆର୍.ଉଦୟଗିରି ବ୍ଲକର ପାଇକରାଇ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୭୯,୦୭୯ ଏକର ଜମିରେ ବେଆଇନ ଭାବେ ଲଗାଯାଇଥିବା ୧,୫୮,୧୫୮ ଗୋଟି ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୧୫.୮୧ କୋଟିରୁ ଉର୍ଦ୍ଧ ଟଙ୍କା ହେବ ବୋଲି ଜଣାପଡିଛି । ଏହି ଚଢାଉରେ ଆର୍.ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ । ଏ ନେଇ ଆର୍.ଉଦୟଗିରି ଥାନାରେ କେସ୍ ନଂ-୧୨୧/୨୦୨୦ ଏନଡିପିଏସ ଆକ୍ଟର ଧାରା ୨୦(କ)(ା)ରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି ।