ଗଜପତିରେ ପୁଣି ୪ କରୋନା ପଜିଟିଭ୍‌, ମୋଟ୪୦ ରୋଗୀ ଚିହ୍ନଟ ୯ଜଣ ସୁସ୍ଥ ହୋଇ ଘରକୁ ଫେରିଲେ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାରେ ପୁଣି ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟା ଆଜି ୪୦ରେ ପହଞ୍ଚିଛି । ଏହି ୪ ଜଣଙ୍କୁ ଆଜି ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏ ନେଇ ଏକ ପ୍ରେସ ଇସ୍ତହାର ମାଧ୍ୟମରେ ଜଣାଇଛନ୍ତି,ଆଜି ପୁଣି ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏହି ୪ଜଣଙ୍କୁ ମିଶାଇ ବର୍ତ୍ତମାନ ଗଜପତିରେ ୪୦ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଚିକିତ୍ସିତ ଥିବା ୪୦ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ହୃଦ୍‌ରୋଗ ଥିବା ଜଣେ କରୋନା ପଜିଟିଭ୍‌ଙ୍କୁ ଭୁବନେଶ୍ୱର କିମସ୍‌ରେ ଭର୍ତ୍ତି କରାଯାଇଛି । ୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ଏଠାରେ ୩୦ଜଣ ରହିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀ ମାନଙ୍କୁ ସମ୍ପୁଣ୍ଣ ଭାବେ ଏ ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ନୁତନ ଭାବେ ଯେଉଁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ୩ଜଣ ଏବଂ ଜଣେ ତେଲାଙ୍ଗାନାରୁ ଫେରନ୍ତା ଗଜପତି ଜିଲ୍ଲାର ପ୍ରବାସୀ ଅଟନ୍ତି । ଏମାନେ ଗତ ୧୬ତାରିଖ ଦିନ ଗଜପତି ଫେରିଥିଲେ । ଏମାନଙ୍କୁ ଏକ ଅସ୍ଥାୟୀ ସଂଘରୋଧ କେନ୍ଦ୍ରରେ ରଖାଯାଇଥିଲା । ଏମାନଙ୍କ ଠାରୁ ସ୍ୱାବ ସଂଗ୍ରହ ଗତ ୨୯ତାରିଖ ଦିନ କରାଯାଇଥିଲା । ଏହାର ପଜିଟିଭ୍ ରିପୋର୍ଟ ଆସିବା ପରେ ଆଜି ଏହି ୪ଜଣଙ୍କୁ ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କ ସମେତ ୩ଜଣ ପୁରୁଷ ଏଥିରେ ଅଛନ୍ତି । ମହିଳାଙ୍କ ବୟସ ୨୧ ହୋଇଥିବା ବେଳେ ପୁରୁଷ ମାନଙ୍କ ବୟସ ୧୮ରୁ ୩୨ ବର୍ଷ । ଜିଲ୍ଲାର ସମସ୍ତ ୨୦୭ ଅସ୍ଥାୟୀ ସଂଘରୋଧ କେନ୍ଦ୍ର ସମେତ ଜିଲ୍ଲାର ସମସ୍ତ ଅଞ୍ଚଳରେ ଯେ କୌଣସି ବ୍ୟକ୍ତିଙ୍କ ଠାରେ କିଛି ଲକ୍ଷଣ ଦେଖାଗଲେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସମସ୍ତେ ପ୍ରସ୍ତୁତ ରହିଛନ୍ତି । ତେଣୁ ଜିଲ୍ଲାବାସୀ ଏଥିରେ କୌଣସି ଭୟଭୀତ ହେବାର ଆବଶ୍ୟକତା ନାହିଁ । ଅନ୍ୟ ପକ୍ଷରେ ଜନସାଧାରଣ ଲକ୍‌ଡାଉନ୍ ନିୟମକୁ ମାନି ନିଜ ନିଜର ଘରେ ସୁରକ୍ଷିତ ଭାବେ ରୁହନ୍ତୁ ଏବଂ ପ୍ରଶାସନକୁ ସହେଯାଗ କରିବାକୁ କୁହାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ