ଗଜପତିରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ପର୍ଯ୍ୟବେକ୍ଷକ ଶ୍ରୀ ମେଘାନନ୍ଦ ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା, ଡିଏସପି ଶ୍ରୀ ଆଲୋକ ରଞ୍ଜନ ରାୟ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ଜଗନ୍ନାଥ ପାଢ଼ୀ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଥିଲା ରାଜ୍ୟରେ ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା, ଭୂସ୍ଖଳନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧରଣଙ୍କ ଧନ ଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଆଲୋଚନା କରାଯାଇଥିଲା। ଗଜପତି ଜିଲ୍ଲାକୁ ବିପର୍ଯୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ,ବ୍ଲକ ସ୍ତରୀୟ ଓ ପାରଳାଖେମୁଣ୍ଡି ପୌରପରିଷଦ ଓ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ଏବଂ କୁଶଳତାକୁ ସଠିକ ଭାବେ କାର୍ଯ୍ୟକ୍ରମ କରାଇବା l
ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିପର୍ଯ୍ୟୟ ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ, ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ସହିତ ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ଗୁରୁତ୍ଵ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦେକ୍ଷପକୁ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଜିଲ୍ଲାରେ ସାଧାରଣତଃ ସ୍ବାସ୍ଥ୍ୟ, ପ୍ରାଣୀ ଚିକିତ୍ସା, ପାନୀୟ ଜଳ ପରିମଳ ବିଭାଗ , କୃଷି, ଯୋଗାଣ ବିଭାଗ ଓ ବିଦ୍ୟୁତ ବିଭାଗର ଅଧିକାରୀ ସମେତ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରାଯାଇଥିଲା। ଏହା ସବୁ ବିଭାଗର ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟ ପଦସ୍ଥ ଅଧିକାରୀ ମାନେ କିପରି ନିଜ ନିଜ ବିଭାଗ ଦ୍ଵାରା ଏହାକୁ ପରିଚାଳନା କରିବେ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ଶତପଥି ପରିଚାଳନା କରିଥିବା ବେଳେ ,ବିଭାଗୀୟ କର୍ମଚାରୀମାନେ ସହଯୋଗ କରିଥିଲେ lଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଟେବୁଲ ଟପ ଏକ୍ସରସାଇଜ ବୈଠକରେ ଛତ୍ରପୁର ଓଡିଆରଏଏଫ୍ ଟିମ୍ ,ଜିଲ୍ଲା ଅଗ୍ନିଶମ ଟିମ୍ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ