ଗଜପତିରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟର ଅଡିଟୋରୀୟମ ହଲ ଠାରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମ ଓଡ଼ିଆ ଭାଷା ପ୍ରତିଷ୍ଠାନ ଭୁବନେଶ୍ୱର ସହଯୋଗରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ଆୟୋଜିତ ହୋଇ ଯାଇଛି। ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ ପରେ ଭକ୍ତି ସଙ୍ଗୀତ ସାଂସଦ ଦ୍ଵାରା ବନ୍ଦେ ଉତ୍କଳ ଜନନୀ ସ୍ୱାଗତ ସଙ୍ଗୀତଗାନ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଚନ୍ଦ୍ର ଶେଖର ଦାସଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଅତିଥିମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା।ସମ୍ମାନିତ ଅତିଥି ଭାବେ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ,ଡଃ ପ୍ରଣୀନ୍ଦ୍ର ଭୂଷଣ ନନ୍ଦ, ଅର୍ଚ୍ଚନା ମଙ୍ଗରାଜ,ଆଲୋଚକ ଭାବେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଡକ୍ଟର ବୈରାଗୀ ଚରଣ ପଟ୍ଟନାୟକ, ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜୟ ତ୍ରିପାଠୀଙ୍କ ସଭାପତିତ୍ୱ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅତିଥି ମାନେ ଶାସ୍ତ୍ରୀୟ ଭାଷା ଓ ଶାସ୍ତ୍ରୀୟ ଓଡ଼ିଆ ଭାଷା ସମ୍ପର୍କରେ ଆଲୋଚନା କରିଥିଲେ ଏହି ଦିବସ ଉପରେ ପ୍ରବନ୍ଧ,ସୁଦ୍ଧଲିଖନ ଓ ତର୍କ ପ୍ରତିଯୋଗିତା ହୋଇଥିଲା।ଏଥିରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରଯାଇଥିଲା। ପ୍ରଫେସର ବିଘ୍ନେଶ୍ୱର ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସକ୍ରିୟ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିବା ସହ ସହଯୋଗ କରିଥିଲେ ।