ଗଜପତିରେ ଶିଶୁ ଶ୍ରମିକ ନିରାକରଣ ରଥର ଶୁଭାରମ୍ଭ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ଉଚ୍ଛେଦ ସମ୍ପର୍କିତ ଏକ ୧୫ ଦିନିଆ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅବସରରେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଛନ୍ତି । ଏହି ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ପାରଳାଖେମୁଣ୍ଡି ପୌରାଞ୍ଚଳର ବିଭିନ୍ନ ସାହି ପରିକ୍ରମା କରି ଶିଶୁ ଶ୍ରମିକ ଆଇନରେ ଥିବା ବ୍ୟବସ୍ଥା ତଥା କଟକଣା ଆଦି ସମ୍ପର୍କେ ଏହି ରଥ ଲୋକଙ୍କୁ ସଚେତନ କରାଇବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ରମ ଅଧିକାରୀ ଲୋକନାଥ ପଣ୍ଡା, ଶ୍ରମ ନିରିକ୍ଷକ ସୋମନାଥ ପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଚାଇଲ୍ଡଲାଇନ୍ ସଂଯୋଜକ ନାଗେଶ୍ୱର ଚୌଧରୁ ଏବଂ ଆକ୍ସନ ଏଡର ଜିଲ୍ଲା ସଂଯୋଜକ ବିକାଶ ମେହେର ପ୍ରମୁଖ ଉପସ୍ଥିତଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ