ଗଜପତିରେ ସ୍ୱାଧୀନତା ଦିବସ ସମାରୋହ, ଓଡିଶାକୁ ୧ନମ୍ବର ରାଜ୍ୟ ଭାବେ ଗଠନ ପାଇଁ ଆହ୍ୱାନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିଅମ ଠାରେ ପାଳିତ ହୋଇଯାଇଛି । ଏହ ଉତ୍ସବରେ ଓଡିଶାର ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପ୍ୟାରେଡ ଦଳର ଅଭିବାବଦନ ଗ୍ରହଣ କରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ ପ୍ରଥମେ ଦେଶପାଇଁ ବଳିଦାନ ଦେଇ ଯାଇଥିବା ଦେଶପ୍ରେମୀ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତିଚାରଣ କରି ସେମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ରାଜ୍ୟରେ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଜାରି ରହିଛି । ସେ ସବୁର ସଫଳତା କାମନା କରିବା ସହ ଓଡିଶାକୁ ଦେଶର ଅନ୍ୟତମ ଶ୍ର୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ମିଳିମିଶି ନିଷ୍ଠାପର ଭାବେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ । ଅନ୍ୟପକ୍ଷରେ ସରକାରଙ୍କ ପକ୍ଷରୁ ବିଭିନ୍ନ ସମୟରେ ଜାରି କରାଯାଉଥିବା କୋଭିଡ୍ ମାର୍ଗଦର୍ଶିକାକୁ ଧୈର୍ଯ୍ୟ ଓ ସାହସର ସହ ଅନୁପାଳନ ପୂର୍ବକ ବଦ୍ଧ ହେବା ପାଇଁ ଆହ୍ୱାନ କରିଥିଲେ । ଶେଷରେ ମୁଖ୍ୟ ଅତିଥି ମନ୍ତ୍ରୀ ଜଗନ୍ନାଥ ସାରକା ଓ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଓ ଜିଲ୍ଲାରେ ଶ୍ରେଷ୍ଠ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ଦେବା ସହ କୋଭିଡ ଯୋଦ୍ଧା ମାନଙ୍କୁ ପ୍ରମାଣପତ୍ର ଏବଂ ଆଦିବାସୀ ମାନଙ୍କୁ ଜଙ୍ଗଲଜମି ପଟ୍ଟା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଦିଲୀପ କୁମାର ମହାରଣା ପ୍ରମୁଖଙ୍କ ସମେତ ଜିଲ୍ଲାସ୍ତରୀୟ ପ୍ରଶାସନିକ ଓ ପୋଲିସ ଅଧିକାରୀ ଯୋଗଦେଇଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଭାକର ତ୍ରିପାଠୀ ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଅଧିକାରୀ ଅରୁଣ କୁମାର ତ୍ରିପାଠୀ ଓ ଜିଲ୍ଲା ମଙ୍ଗଳ ଅଧିକାରୀ ସନ୍ତୋଷ କୁମାର ରଥ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ